Home Covid ଆଜିଠାରୁ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଲକ୍‌ଡାଉନ୍

ଆଜିଠାରୁ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଲକ୍‌ଡାଉନ୍

130
0

ଭୁବନେଶ୍ୱର : ଆଜିଠାରୁ ରାଜ୍ୟରେ ଆରମ୍ଭ ହୋଇଛି ଦ୍ୱିତୀୟ ପର୍ଯ୍ୟାୟ ଲକ୍‌ଡାଉନ୍। ଏହି କଟକଣା ଜୁନ ପହିଲା ଯାଏ ଚାଲିବ। ଦ୍ୱିତୀୟ ପର୍ଯ୍ୟାୟ କଟକଣାରେ ଆହୁରି କଡ଼ାକଡ଼ି ଚେକିଂ ହେବ ବୋଲି ଜଣାପଡ଼ିଛି। ଲକ୍‌ଡାଉନ୍ ୨.୦ରେ ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ସମୟକୁ କମାଇ ଦିଆଯାଇଛି। ଲୋକେ ସକାଳ ୭ଟାରୁ ୧୧ଟା ମଧ୍ୟରେ ନିଜର ଦରକାରୀ ସାମଗ୍ରୀ କିଣିପାରିବେ। ନିକଟସ୍ଥ ଦୋକାନକୁ ଚାଲି ଚାଲି ଯିବେ। ଏଥର ବାହାଘର ଓ ଅନ୍ୟାନ୍ୟ ଭୋଜିଭାତକୁ ମଧ୍ୟ ବାରଣ କରିଛନ୍ତି ରାଜ୍ୟ ସରକାର। ବାହାଘର, ବ୍ରତଘର, ଶୁଦ୍ଧି କାର୍ଯ୍ୟ ପାଇଁ ବି ଜାରି ହୋଇଛି କଟକଣା।