Home Covid ସୁନ୍ଦରଗଡ଼ରେ କମିଲା କରୋନା ସଂକ୍ରମିତଙ୍କ ସଂଖ୍ୟା, ଦିନକରେ ୨୦୦ ତଳକୁ ଆକ୍ରାନ୍ତ ଚିହ୍ନଟ

ସୁନ୍ଦରଗଡ଼ରେ କମିଲା କରୋନା ସଂକ୍ରମିତଙ୍କ ସଂଖ୍ୟା, ଦିନକରେ ୨୦୦ ତଳକୁ ଆକ୍ରାନ୍ତ ଚିହ୍ନଟ

132
0

ଭୁବନେଶ୍ୱର: ଗତକାଲି ରାଜ୍ୟରେ ୧୦ ହଜାର ତଳକୁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ମଧ୍ୟ ୧୦ ହଜାର ତଳକୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୭,୨୧୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ କଟକରୁ ସର୍ବାଧିକ ୧,୦୯୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କଟକ ପରେ ଖୋର୍ଦ୍ଧାରୁ ୮୦୯ ଓ କେନ୍ଦ୍ରାପଡ଼ାରୁ ୪୮୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସବୁଠାରୁ ବଡ଼ କଥା, ସୁନ୍ଦରଗଡ଼ରେ ସଂକ୍ରମିତଙ୍କ ସଂଖ୍ୟା କମିଥିବା ଦେଖିବାକୁ ମିଳିଛି। ଗତ ୨୪ ଘଣ୍ଟାରେ ସୁନ୍ଦରଗଡ଼ରୁ ୧୮୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଲଗାତାର ଭାବେ କିଛିଦିନ ଧରି କଟକ, ଖୋର୍ଦ୍ଧା ପରେ ସୁନ୍ଦରଗଡ଼ରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହେଉଥିଲେ।