Home Covid ସମସ୍ତ ଦେଶବାସୀଙ୍କୁ ମାଗଣାରେ ମିଳିବ କରୋନା ଟିକା: ମୋଦି

ସମସ୍ତ ଦେଶବାସୀଙ୍କୁ ମାଗଣାରେ ମିଳିବ କରୋନା ଟିକା: ମୋଦି

151
0

ସମସ୍ତ ଦେଶବାସୀଙ୍କୁ ମାଗଣାରେ ଟିକା ଦେବାକୁ ଘୋଷଣା। ସମସ୍ତଙ୍କୁ ମାଗଣା ଟିକା ଘୋଷଣା କଲେ ପ୍ରଧାନମନ୍ତ୍ରୀ ମୋଦି। ୧୮ ବର୍ଷରୁ ଅଧିକ ସମସ୍ତଙ୍କୁ ମାଗଣାରେ ଟିକା ଦେବାକୁ ଘୋଷଣା କରାଯାଇଛି। ଏନେଇ ରାଜ୍ୟ ସରକାରଙ୍କୁ ମାଗଣାରେ ଟିକା ଯୋଗାଇବ କେନ୍ଦ୍ର। ଜୁନ୍ ୨୧ ସୋମବାର ଠାରୁ ସମସ୍ତଙ୍କୁ ମାଗଣାରେ ଟିକା ଦେବ କେନ୍ଦ୍ର। ଉତ୍ପାଦିତ ଟିକାର ୭୫% ରାଜ୍ୟମାନଙ୍କୁ ଯୋଗାଇବ କେନ୍ଦ୍ର। ଯେଉଁମାନେ ଚାହିଁବେ ଟଙ୍କା ଦେଇ ଟିକା ନେଇପାରିବେ। ଟଙ୍କା ଦେଇ ଘରୋଇ ହସ୍ପିଟାଲରୁ ଟିକା ଲୋକେ ନେଇପାରିବେ। ଘରୋଇ ହସ୍ପିଟାଲ ୧୫୦ ଟଙ୍କା ସର୍ଭିସ ଚାର୍ଜ ନେଇ ଟିକା ଦେବେ ବୋଲି ମୋଦି କହିଛନ୍ତି।