Home Covid ଥମୁନି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୩ ଜଣଙ୍କ ଜୀବନ

ଥମୁନି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୩ ଜଣଙ୍କ ଜୀବନ

111
0

ଭୁବନେଶ୍ୱର ୧୨।୦୭ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ କମୁନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ୧୯୯୩ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୬୬୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।