Home Covid ସାମାନ୍ୟ ବଢିଲା କରୋନା : ରାଜ୍ୟରେ ୨୪ ଘଣ୍ଟାରେ ୨୦୭୪ କୋଭିଡ୍ ପଜିଟିଭ୍ ଚିହ୍ନଟ

ସାମାନ୍ୟ ବଢିଲା କରୋନା : ରାଜ୍ୟରେ ୨୪ ଘଣ୍ଟାରେ ୨୦୭୪ କୋଭିଡ୍ ପଜିଟିଭ୍ ଚିହ୍ନଟ

105
0

ଭୁବନେଶ୍ୱର ୧୪।୦୭ : ଜୁନ ପରେ ଜୁଲାଇ ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୦୭୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୪୫୭୪୯ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୯୨ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୮୮୨ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।